Panchayat Elections to Be Held in March; Notification After Sep 5-sec

ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ ରାଜ୍ୟବ୍ୟାପୀ ଏକ ସ୍ୱତନ୍ତ୍ର ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏସ୍‌ଆଇଆର୍ ପ୍ରକ୍ରିୟାରେ ଭୋଟର ତାଲିକାରେ ନାମ ସାମିଲ ହୋଇପାରି ନଥିବା ଯୋଗ୍ୟ ନାଗରିକ ଏବଂ ନୂତନ ଓ ଯୁବ ଭୋଟରମାନଙ୍କୁ ତାଲିକାରେ ସାମିଲ ହେବାର ସୁଯୋଗ ଦେବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ଥିଲା ।

ଏହି ତିନିଦିନିଆ ସ୍ୱତନ୍ତ୍ର ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୋଟ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ କରାଯାଇଥିଲା । ଏହି ଶିବିରଗୁଡ଼ିକରେ ନାଗରିକମାନଙ୍କୁ ଭୋଟର ପଞ୍ଜୀକରଣ ସମ୍ପର୍କରେ ସଚେତନ କରାଯିବା ସହ ଆବଶ୍ୟକୀୟ ଆବେଦନପତ୍ର ଦାଖଲ କରିବାର ସୁବିଧା ଯୋଗାଇ ଦିଆଯାଇଥିଲା । ଅଭିଯାନ ସମୟରେ ଏସ୍‌ଆଇଆର୍ ପ୍ରକ୍ରିୟାରେ ନାମ ସାମିଲ ହୋଇପାରି ନଥିବା ଯୋଗ୍ୟ ନାଗରିକଙ୍କଠାରୁ ୧,୪୪୮ଟି ଏବଂ ନୂତନ ଓ ଯୁବ ଭୋଟରଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନ ମିଳିଥିବାବେଳେ ମୋଟ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ କରାଯାଇଛି । ଅକ୍ଟୋବର ମାସ ଶେଷ ପର୍ଯ୍ୟନ୍ତ ବୁଥସ୍ତରୀୟ ଅଧିକାରୀ (ବିଏଲ୍‌ଓ) ମାନଙ୍କ ଦ୍ୱାରା ଘରକୁ ଘର ପରିଦର୍ଶନ ଜାରି ରହିବ ଏବଂ ଯୋଗ୍ୟ ନାଗରିକମାନେ ଯେପରି ଭୋଟର ତାଲିକାରେ ନାମ ସାମିଲ ହେବାରୁ ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କରାଯିବ ବୋଲି କୁହାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *