ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ଜାରି ରହିଛି । ରାଜ୍ୟର ୧୦ଟି ଜିଲ୍ଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁର । ସେହିପରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଅଧିକାଂଶ ଅଞ୍ଚଳରୁ ମଧ୍ୟ ମୌସୁମୀ ଫେରିଯାଇଛି । ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରୁ ମୌସୁମୀର ପ୍ରତ୍ୟାହାର ହୋଇଥିବା ବେଳେ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରୁ ମଧ୍ୟ ମୌସୁମୀ ଫେରିଯାଇଛି । ଅନ୍ୟପକ୍ଷରେ, ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଦେଶର ଅବଶିଷ୍ଟ ଅଞ୍ଚଳରୁ ମଧ୍ୟ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ହେବାର ସମ୍ଭାବନା ରହିଛି । Post navigation प्रधानमंत्री मोदी पर टिप्पणी से जुड़े मानहानि मामले में राहुल के खिलाफ कार्यवाही पर सुप्रीम कोर्ट ने लगाई रोक Merchant UPI Fees Deferred Till Post-Diwali: ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା UPI ମର୍ଚାଣ୍ଟ ଫି’