ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅପସାରଣ ପରେ ରାଜ୍ୟରେ ଉତ୍ତରପୂର୍ବ ମୌସୁମୀର ଆଗମନ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉତ୍ତର, ପୂର୍ବ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ସମେତ ମୋଟ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୩ ଦିନ ଧରି ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ବର୍ଷା ସାଙ୍ଗକୁ ପବନର ପ୍ରଭାବ ମଧ୍ୟ ଜାରି ରହିବ। Post navigation Student Union Election: ଛାତ୍ର ସଂସଦ ନିର୍ବାଚନ: କ୍ୟାମ୍ପସଗୁଡ଼ିକରେ ଭୋଟିଂ ଆରମ୍ଭ Student Union Polls: ଛାତ୍ରସଂସଦ ନିର୍ବାଚନ: ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ