Newly Appointed Odisha Governor Braja Mohan Ram to Arrive Today
ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ଓଡ଼ିଶାକୁ ଆସିବେ । ଆସନ୍ତାକାଲି, ଅକ୍ଟୋବର ୧୮ ତାରିଖ ସକାଳ ୧୧ଟାରେ ଭୁବନେଶ୍ୱରସ୍ଥିତ ଲୋକଭବନର ନୂଆ ଅଭିଷେକ ହଲ୍‌ରେ ସେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।
 
କାର୍ଯ୍ୟସୂଚୀ ଅନୁଯାୟୀ, ଆଜି ସକାଳ ୧୧ଟା ୩୦ରେ ସେ ରାଞ୍ଚିର ବିର୍ସା ମୁଣ୍ଡା ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ଯାତ୍ରା କରିବେ। ମଧ୍ୟାହ୍ନ ୧୨ଟା ୩୦ରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ । ସେଠାରେ ତାଙ୍କୁ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର ପ୍ରଦାନ କରାଯିବ ।
 
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ପୁଲିସ ଡିଜି ବିନୟତୋଷ ମିଶ୍ରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।
 
ବିମାନବନ୍ଦରରୁ ରାଜ୍ୟପାଳ ପୁରୀ ଯିବେ । ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବେ । ସନ୍ଧ୍ୟାରେ ପୁରୀରୁ ଭୁବନେଶ୍ୱର ଫେରି ରାତି ୭ଟା ୨୫ରେ ଲୋକଭବନରେ ପହଞ୍ଚିବେ ।
 
ରାଜ୍ୟପାଳଙ୍କ ଆଗମନ ଓ ଶପଥ ଗ୍ରହଣକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି ।

By Nirvay

Leave a Reply

Your email address will not be published. Required fields are marked *