ଆସନ୍ତା ଅକ୍ଟୋବର ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କର ଏହି ଗସ୍ତ ସମୟରେ ଭୁବନେଶ୍ୱର ଓ ଖୋର୍ଦ୍ଧାରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ସରକାରୀ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାର ଜଟଣୀଠାରେ ରିଜର୍ଭ ବ୍ୟାଙ୍କର ନୂତନ ଗ୍ରୀନଫିଲ୍ଡ ଡାଟା ସେଣ୍ଟର ଏବଂ ପ୍ରଶିକ୍ଷଣ ପ୍ରତିଷ୍ଠାନର ଉଦ୍ଘାଟନ କରିବେ । ସେହିପରି, ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଆସନ୍ତା ଅକ୍ଟୋବର ୨୮ ଓ ୨୯ ତାରିଖରେ ତାଙ୍କର ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସହ ମା’ କିଚକେଶ୍ୱରୀଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଏହି ପ୍ରସ୍ତାବିତ ଗସ୍ତକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହେବାର ଆଶା କରାଯାଉଛି । ତେବେ ଉଭୟଙ୍କ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ସମ୍ପର୍କରେ ଆଧିକାରିକ ସୂଚନା ମିଳିବା ପରେ ଅଧିକ ସ୍ପଷ୍ଟତା ଆସିବ । Post navigation Odisha Felicitates Indian Hockey Teams: ଐତିହାସିକ ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭୁବନେଶ୍ୱରରେ ଭବ୍ୟ ସମ୍ବର୍ଦ୍ଧନା