ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଓ ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮ଟି ଜିଲ୍ଲାର ଦାୟିତ୍ୱ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ଦେଇଛନ୍ତି । ସେମାନେ ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ନିଜ ନିଜ ଦାୟିତ୍ୱରେ ଥିବା ଜିଲ୍ଲାରେ ରହି ବାତ୍ୟା ପରିଚାଳନା କାର୍ଯ୍ୟର ତଦାରଖ କରିବେ । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୋରାପୁଟ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ରାୟଗଡ଼ା, ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ କନ୍ଧମାଳ, ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଞ୍ଜାମ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ନବରଙ୍ଗପୁର, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମାଲକାନଗିରି, ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ କଳାହାଣ୍ଡି ଓ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଗଜପତି ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ବାତ୍ୟା ସମୟରେ ଜିଲ୍ଲାଗୁଡ଼ିକରେ ପ୍ରସ୍ତୁତି, ରିଲିଫ ଓ ଉଦ୍ଧାର କାର୍ଯ୍ୟର ସମନ୍ୱୟ ରକ୍ଷା କରିବା ସହ ପରିସ୍ଥିତିର ସୁପରିଚାଳନା ନିଶ୍ଚିତ କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ । Post navigation पीएम मोदी ने एशियाई पैरा खेलों में भारत के रिकॉर्ड 114 पदकों की जीत की सराहना की Sarala Puraskar: ବିଶିଷ୍ଟ କବି ଡ. ଆଶୁତୋଷ ପରିଡ଼ାଙ୍କୁ ମିଳିଲା ଶାରଳା ପୁରସ୍କାର