ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ଏବେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହି କ୍ରମଶଃ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। ଏହା ଏକ ଭୀଷଣ ବାତ୍ୟାର ରୂପ ନେଇସାରିଥିବାବେଳେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘାତକ ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ଏହା ଗୋପାଳପୁର ଓ ବିଶାଖାପାଟଣାଠାରୁ ପ୍ରାୟ ୪୯୦ କିମି ଦୂରରେ ଅବସ୍ଥିତ ଥିବା ନେଇ ଜଣାପଡିଛି। ଝଡ଼ଟି ଘଣ୍ଟା ପ୍ରତି ୧୭ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବାରୁ ଏହାର ପ୍ରଭାବ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ପଡ଼ିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ଏବଂ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *