ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାରେ ତିନି ଦିନ ପାଇଁ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ରହିବ । ଏ ନେଇ କୋରାପୁଟ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି ।

ବାତ୍ୟାର ପ୍ରଭାବ ଏବଂ ଏହାକୁ ନେଇ ଉପୁଜିବାକୁ ଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି । ଏହି ତିନି ଦିନ ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ଏବଂ ନିୟମିତ କାର୍ଯ୍ୟକଳାପ ବନ୍ଦ ରହିବ ।

ଅନ୍ୟପକ୍ଷରେ, ଛୁଟି ସମୟରେ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କ ଉପସ୍ଥିତି ସମ୍ପର୍କରେ ମଧ୍ୟ ନିର୍ଦ୍ଦେଶନାମା ଜାରି ହୋଇଛି । ବାତ୍ୟା ପରିସ୍ଥିତିର ମୁକାବିଲା ଏବଂ ଆବଶ୍ୟକ ପ୍ରଶାସନିକ କାର୍ଯ୍ୟ ପାଇଁ ସମ୍ପୃକ୍ତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଅନୁସାରେ ଉପସ୍ଥିତ ରହିବାକୁ ପଡ଼ିବ ।

By Nirvay

Leave a Reply

Your email address will not be published. Required fields are marked *