Heavy Rain Alert: All Educational Institutions in Ganjam Dist to Remain Closed Until Nov 3

ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ନଭେମ୍ବର ୩ ତାରିଖ, ୨୦୨୬ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି ।

ଜିଲ୍ଲାପାଳଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ସମୟ ମଧ୍ୟରେ ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର, ସ୍କୁଲ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ।

ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ମଧ୍ୟ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟସ୍ଥଳରେ ଉପସ୍ଥିତ ରହିବେ । ବନ୍ୟା ପରିସ୍ଥିତି ଏବଂ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ଏହି ପଦକ୍ଷେପ ନିଆଯାଇଛି ।

ଏଥିସହ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ନଭେମ୍ବର ୧ ତାରିଖ (ରବିବାର) ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ କାର୍ଯ୍ୟାଳୟରେ ଉପସ୍ଥିତ ରହି ନିଜ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Heavy Rain Alert: All Educational Institutions in Ganjam Dist to Remain Closed Until Nov 3

 

By Nirvay

Leave a Reply

Your email address will not be published. Required fields are marked *