ବିଶିଷ୍ଟ ସ୍ନାୟୁଶଲ୍ୟ ଚିକିତ୍ସକ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଛି । ସେ ଗତ ଅକ୍ଟୋବର ୨, ୨୦୨୬ରୁ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଚିକିତ୍ସାଧୀନ ଅଛନ୍ତି । ପ୍ରବଳ ମୁଣ୍ଡବିନ୍ଧା ହେବାରୁ ତାଙ୍କୁ ପ୍ରଥମେ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ଏକ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ସହାୟତାରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ନୂଆଦିଲ୍ଲୀ ନିଆଯାଇଥିଲା । ସେ ଗୁରୁତର ସ୍ନାୟୁଜନିତ ଯନ୍ତ୍ରଣା ଏବଂ ମସ୍ତିଷ୍କ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି । ୨୦୧୭ ମସିହାରେ ନୂଆଦିଲ୍ଲୀ ଏମ୍ସରେ ଓଡ଼ିଶାର ଯୋଡ଼ାମୁଣ୍ଡ ଶିଶୁ ଜଗା ଓ ବଳିଆଙ୍କୁ ଅଲଗା କରିବା ପାଇଁ ହୋଇଥିବା ଐତିହାସିକ ଅସ୍ତ୍ରୋପଚାରରେ ସେ ପ୍ରମୁଖ ଭୂମିକା ନିଭାଇଥିଲେ । ଏହାବ୍ୟତୀତ ସେ ଭୁବନେଶ୍ୱର ଏମ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଥିଲେ । ସ୍ନାୟୁଶଲ୍ୟ ଚିକିତ୍ସା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନକୁ ସ୍ୱୀକୃତି ଦେଇ ଭାରତ ସରକାର ୨୦୨୪ ମସିହାରେ ତାଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଥିଲେ । Post navigation Odisha Fully Prepared for Cyclonic and Floods: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଭୟଭୀତ ନ ହୋଇ ସଚେତନ ରୁହନ୍ତୁ: ସୁରେଶ ପୂଜାରୀ Door-to-Door Survey Extended in 3 Dists: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବିତ ୩ ଜିଲ୍ଲାରେ ଘରକୁ ଘର ସର୍ଭେ ଅବଧି ବୃଦ୍ଧି