ରାଜ୍ୟରେ ପୁଣିଥରେ ଏକ ନୂତନ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ବଙ୍ଗୋପସାଗରରେ ସୃଷ୍ଟି ହେବାକୁଥିବା ଏହି ସମ୍ଭାବ୍ୟ ଲଘୁଚାପକୁ ନେଇ ପାଣିପାଗ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି।

ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ବୋଲି ଆକଳନ କରାଯାଉଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ଚିହ୍ନିତ ରୂପ ନେଇପାରେ।

ଏହି ସମ୍ଭାବ୍ୟ ପାଣିପାଗ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସାଧାରଣରେ ଚିନ୍ତା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଏହା କିଭଳି ରୂପ ନେଉଛି ଏବଂ ରାଜ୍ୟ ଉପରେ ଏହାର କୌଣସି ପ୍ରଭାବ ପଡ଼ିବ କି ନାହିଁ, ସେନେଇ ପାଣିପାଗ ବିଭାଗ ପକ୍ଷରୁ ସତକର୍ଷ ଅବଲମ୍ବନ କରାଯାଉଛି।

 

Leave a Reply

Your email address will not be published. Required fields are marked *