ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୩ ବ୍ୟାଚ୍ର ଓଡ଼ିଶା ଅର୍ଥ ସେବାର ନବନିଯୁକ୍ତ ଅଧିକାରୀମାନଙ୍କୁ ସମ୍ବୋଧିତ କରି ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନର ମହତ୍ତ୍ୱାକାଂକ୍ଷୀ ସଂକଳ୍ପ ସହ ନିଜକୁ ସମର୍ପିତ କରିବାକୁ ଆହ୍ୱାନ ଜଣାଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଲୋକସେବାରେ ସାଧୁତା, ସ୍ୱଚ୍ଛତା, ଉତ୍ତରଦାୟିତ୍ୱ ଓ ନିଷ୍ଠାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ରାଜ୍ୟର ଆର୍ଥିକ ପ୍ରଗତି ଓ ସୁଶାସନକୁ ଅଧିକ ସୁଦୃଢ଼ କରିବା ଦିଗରେ ଯୁବ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଉଲ୍ଲେଖ କରିଥିଲେ । ଏହି ସାକ୍ଷାତକାର ନବନିଯୁକ୍ତ ଓଏଫଏସ୍ ଅଧିକାରୀମାନଙ୍କ ପାଇଁ ଏକ ପ୍ରେରଣାଦାୟୀ ଓ ସ୍ମରଣୀୟ ଅନୁଭୂତି ହୋଇଥିଲା । Post navigation Odisha CM Inaugurates Suravi-2026: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହେଲା ରାଜ୍ୟସ୍ତରୀୟ ‘ସୁରଭି-୨୦୨୬’ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ସମାରୋହ