ଓଡ଼ିଶା ହାଇକୋର୍ଟର କାର୍ଯ୍ୟବାହୀ ମୁଖ୍ୟ ବିଚାରପତି ଦାୟିତ୍ୱ ନେବାକୁ ଯାଉଛନ୍ତି ବରିଷ୍ଠତମ ବିଚାରପତି ଜଷ୍ଟିସ୍ ବିଭୁ ପ୍ରସାଦ ରାଉତରାୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ପ୍ରଦାନ କରିଥିବା ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଥିବା ଜଷ୍ଟିସ୍ ହରିଶ ଟଣ୍ଡନ୍ ଆସନ୍ତା ନଭେମ୍ବର ୧୫ ତାରିଖରେ ନିଜ ପଦରୁ ଅବସର ଗ୍ରହଣ କରିବେ। ତାଙ୍କ ଅବସର ପରେ ନଭେମ୍ବର ୧୬ ତାରିଖରୁ ଜଷ୍ଟିସ୍ ରାଉତରାୟ ହାଇକୋର୍ଟର କାର୍ଯ୍ୟବାହୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଭାର ଗ୍ରହଣ କରିବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି।

 

Leave a Reply

Your email address will not be published. Required fields are marked *