ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ନେଇ ପ୍ରଶାସନ ତତ୍ପର ହୋଇଉଠିଛି। ଆଜି ସନ୍ଧ୍ୟାରେ ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସମ୍ଭାବ୍ୟ ବିପର୍ଯ୍ୟୟକୁ କିପରି ସାମ୍ନା କରାଯିବ, ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯିବ।

ଏଥି ସହିତ ପୂର୍ବରୁ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇସାରିଛି ବୋଲି ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ତେବେ ରାଜ୍ୟ ଉପରେ ଏହି ବାତ୍ୟାର ପ୍ରଭାବ କେତେମାତ୍ରାରେ ପଡ଼ିବ, ସେନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସଠିକ୍ ଆକଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *