ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି । ଜିଲ୍ଲାପାଳ ନଭେମ୍ବର ୧୪ ଓ ୧୫ ତାରିଖ (ଶନିବାର ଓ ରବିବାର)ରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଦୁଇ ଦିନ ସମସ୍ତ ଅଧିକାରୀ ଓ କର୍ମଚାରୀ ନିଜ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ । ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟରେ ଅଗ୍ରଗତି ଏବଂ ପ୍ରଭାବିତ ଅଞ୍ଚଳରେ ସ୍ଥିତି ସୁଧାରିବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି ।

By Nirvay

Leave a Reply

Your email address will not be published. Required fields are marked *