ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ । ଭାରତୀୟ ବାୟୁସେନାର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ବ୍ରଜ ମୋହନ ରାମଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ଏହାପରେ ରାଷ୍ଟ୍ରପତି ବିମାନବନ୍ଦରରୁ ସିଧାସଳଖ ଲୋକ ଭବନ ଯାଇଛନ୍ତି। ଗସ୍ତ ସମୟରେ ସେ ସେଠାରେ ରହିବେ। ଆଜି ଅପରାହ୍ଣ ପ୍ରାୟ ୪ଟା ସମୟରେ ସେ ଲୋକ ଭବନରୁ ସଡ଼କ ପଥରେ କଟକ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାର ଗୌରବମୟ ସାମୁଦ୍ରିକ ଐତିହ୍ୟକୁ ସ୍ମରଣ କରୁଥିବା ଏହି ବାର୍ଷିକ ମହୋତ୍ସବର ଉଦ୍‌ଘାଟନୀ ସମାରୋହରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। କାର୍ଯ୍ୟକ୍ରମ ଶେଷ ହେବା ପରେ ସେ ଭୁବନେଶ୍ୱର ଫେରି ଲୋକ ଭବନରେ ରାତ୍ରିଯାପନ କରିବେ।

ଆସନ୍ତାକାଲି ରାଷ୍ଟ୍ରପତି ଭୁବନେଶ୍ୱରରେ ଆୟୋଜିତ ଜାତୀୟ ବୈଜ୍ଞାନିକ ହୋମିଓପାଥି ସମ୍ମିଳନୀରେ ଯୋଗଦେବେ।ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଏବଂ କଟକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave a Reply

Your email address will not be published. Required fields are marked *