ରାଜଧାନୀ ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର। ଏହା ସହ କାନ୍ଥ ଲେଖା ବି ଲିଭାଯିବ। ଏନେଇ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ତେବେ ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । ତେବେ ସମସ୍ତ ରାଜନୈତିକ ଦଳ ଗୁଡିକ ଏନେଇ ଅବଗତ ଅଛନ୍ତି । ଏବଂ ଏହି କାମରେ ବିଏମସିକୁ ସହଯୋଗ କରୁଥିବା କମିସନର କୁଲାଙ୍ଗେ ସୂଚନା ଦେଇଛନ୍ତି ।
ସୂଚନା ଥାଉକି, ନିର୍ବାଚନ ଆୟୋଗଙ୍କ ଚିଠି ଆଧାରରେ ଏହି ପୋଷ୍ଟର ହଟା କାମ କରାଯିବ। ତେଣୁ ଖୁବଶୀଘ୍ର ଭୁବନେଶ୍ୱରର ବିଭିନ୍ନ କାନ୍ଥ ଓ ପାଚେରୀରେ ଲେଖାଯାଇଥିବା ରାଜନୈତିକ ଲେଖା, ପୋଷ୍ଟର ଓ ବ୍ୟାନର ହଟାଯିବ। ଏହାସହ କାନ୍ଥ, ଗଛ ଓ ଖୁଣ୍ଟରେ ପୋଷ୍ଟର ଲଗାଇବା ଉପରେ କଟକଣା ଲଗାଯାଇଛି।