ଭୁବନେଶ୍ୱର : ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ ନେଇ ଘୋଷଣା କରିଛନ୍ତି । ତେବେ ଏହି କମିଟିରେ ଅଧ୍ୟକ୍ଷଙ୍କ ସମେତ ୧୨ ଜଣ ସଦସ୍ୟ ରହିବେ । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରିଜିତ ପଶାୟତ ଏହି ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନିର୍ବାହ କରିବେ । ସୂଚନା ଅନୁଯାୟୀ ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାର କାନ୍ଥରେ ଫାଟ ଦେଖିବାକୁ ମିଳିଛି । ଫାଟ ଯୋଗୁଁ ଭିତରକୁ ପାଣି ଜକାଉଥିବା ଅନୁମାନ କରାଯାଉଛି । ଏନେଇ ଏଏସ୍ ଆଇ ଲେଜର ସ୍କାନିଂ ରିପୋର୍ଟରୁ ତଥ୍ୟ ମିଳିଛି । ତେବେ ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି। ତେବେ ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ- ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି ଜଗନ୍ନାଥ କର , ସେବକ ପ୍ରତିନିଧି ଗଣେଶ ମେକାପ, ଭଣ୍ଡାର ମେକାପ ସେବକ ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ର ଉପମୁଖ୍ୟ ପ୍ରଶାସକ. ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ Post navigation ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ କେନ୍ଦୁଝରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ