ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ପାଇପାରିବେ । ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାପୂର୍ବରୁ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ। Post navigation କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ବଡ ରାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ