ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହେଲା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଏହା ୨୪ ତାରିଖ ସକାଳେ ଅବପାତର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।

ଏହାର ପ୍ରଭାବରେ ୨୨ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ ବହିବ। ୨୩ ତାରିଖ ବେଳକୁ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ। ତେବେ ୨୪ ତାରିଖ ସକାଳ ବେଳକୁ ଅବପାତ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିଲା ବେଳକୁ ପବନର ବେଗ ୭୦ କିମିରେ ପହଞ୍ଚିଥିବ। ଏଥିସହ ସମ୍ଭାବ୍ୟ ଅବପାତ ପ୍ରଭାବରେ ରାଜ୍ୟରେ ପବନ କିମ୍ବା ପ୍ରବଳ ବର୍ଷା ହେବ ନାହିଁ। ୨୫ ତାରିଖ ଓ ୨୬ ତାରିଖରେ ବାଲେଶ୍ବରରେ ମଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ ଭଦ୍ରକ ଓ କେନ୍ଦ୍ରାପଡାରେ ସ୍ବଳ୍ପ ବର୍ଷା ହୋଇପାରେ।

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅସ୍ତରଙ୍ଗ ଅଞ୍ଚଳର ମତ୍ସ୍ୟଜୀବୀମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେମାନଙ୍କ ଘର ସଜାଡ଼ିବା ସହ ଡଙ୍ଗା ସବୁକୁ ଉପରକୁ ଉଠାଇଛନ୍ତି।ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର।

By Nirvay

Leave a Reply

Your email address will not be published. Required fields are marked *