ମହାରାଷ୍ଟ୍ର : ମହାରାଷ୍ଟ୍ରର ଥାନେ ଜିଲ୍ଲାର ଡୋମ୍ବିଭଲି ଏମଆଇଡିସି ଅଞ୍ଚଳରେ ଏକ ରସାୟନ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୬ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବଏଲର ଫାଟିବା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି । ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଡୋମ୍ବିଭଲି ବିସ୍ଫୋରଣରେ ପୀଡିତଙ୍କ ପାଇଁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ଏବଂ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବ ବୋଲି ସେ କହିଛନ୍ତି। Post navigation ଆଜି ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନର ପ୍ରଚାର ଶେଷ ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ