ଆଜି ରାଜ୍ୟରେ ନୂଆ ସରକାର ଗଠନ ହେବାକୁ ଯାଉଛି। ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ। ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ। ମୁଖ୍ୟମନ୍ତ୍ରୀ ଭାବେ ସନ୍ଧ୍ୟା ୫ଟାରେ ଶପଥ ଗ୍ରହଣ ସମାରୋହରେ ଶପଥ ନେବା ପରେ ପ୍ରଥମ କ୍ୟାବିନେଟ ବୈଠକ ବସିବ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ପ୍ରଥମ କ୍ୟାବିନେଟ ବୈଠକ ହେବ। ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଉପରେ ମୋହର ବାଜିପାରେ ବୋଲି କୁହାଯାଉଛି।

ଅନ୍ୟପଟେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଏଥିନିମନ୍ତେ ଭୁବନେଶ୍ୱର ଏକ ପ୍ରକାର ପୁଲିସ୍‌ ଛାଉଣୀରେ ପରିଣତ ହୋଇଥିବା ବେଳେ ନୂଆ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave a Reply

Your email address will not be published. Required fields are marked *