ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। କାମଚଳା ବାଚସ୍ପତି(ପ୍ରୋଟେମ୍ ସ୍ପିକର୍) ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତ ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ଚଳିତ ଥର ବିଧାନସଭାରେ ୮୨ ଜଣ ନୂଆ ବିଧାୟକ ଶପଥ ନେବେ ।ଏହି ତିନିଦିନିଆ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା Post navigation ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ହେଲା କର୍ଫ୍ୟୁ