ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ପ୍ରଦାନ କରାଯିବ। ଏହାସହ ଯଥାଶୀଘ୍ର ଡ୍ରେନ୍ ମରାମତି କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସୁଚନମୂତବକ, ମଙ୍ଗଳବାର ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ୟୁନିଟ-୩ ମସଜିଦ୍ କଲୋନୀର ଏସ୍କେ ରାଜେଶ୍ ଓ ତାଙ୍କ ସାଥୀମାନେ ଡ୍ରେନ୍ ପାଖରେ ଖେଳୁଥିଲେ। ପ୍ରାୟ ସାଢ଼େ ୨ଟାରେ ମୁକୁଳା ଡ୍ରେନ୍ରେ ବେଲୁନ୍ ଭାସି ଭାସି ଯାଉଥିଲା। ସେହି ବେଲ୍ନକୁ ଆଣିବା ପାଇଁ ଏସ୍କେ ରାଜେଶ୍ ଓ ତାଙ୍କର କିଛି ସାଥୀମାନେ ଡ୍ରେନ୍ ଭିତରକୁ ଯାଇଥିଲା। ବେଲୁନ୍ ଆଣୁଥିବା ବେଳେ ପ୍ରବଳ ବେଗରେ ଆସୁଥିବା ବର୍ଷା ପାଣିରେ ଭାସି ଯାଇଥିଲେ ଏସ୍କେ ରାଜେଶ୍। ପରେ ଲକ୍ଷ୍ମୀସାଗର ନିକଟ ନାଳରୁ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। Post navigation ବରଗଡ଼ରେ ପିଏମ କିଷାନ ଉତ୍ସବ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ପିଏମ୍ କିଶାନ ନିଧି ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା