ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ମୌସୁମୀ ବର୍ଷା ହେବା ପରେ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଅଧିକାଂଶ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ ଥିବା ବେଳେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆଉ ମଧ୍ୟ ଦିନେ ଦୁଇଦିନ ମଧ୍ୟରେ ରାଜ୍ୟର ଅନ୍ୟ ୬ଟି ଜିଲ୍ଲାକୁ ମୌସୁମୀ ଛୁଇଁବ।

ସୂଚନାଯୋଗ୍ୟ, ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗତମାସ ଛୁଇଁଥିଲା। କେରଳରେ ଏହା ମେ’ ମାସ ୩୦ ତାରିଖରେ ସ୍ପର୍ଶ କରିଥିଲା। ଓଡ଼ିଶାରେ ମୌସୁମୀ ବାୟୁ ଗତ ୮ ତାରିଖରେ ଛୁଇଁଥିଲା।

Leave a Reply

Your email address will not be published. Required fields are marked *