Darshan of Lord Jagannath at Puri Srimandir Closed for 5 Hours Today

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି। ତେବେ ନୀତି ତ୍ୱରାନ୍ୱିତ କରିବାକୁ ନବଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଛି। ଭକ୍ତଙ୍କର ଭିଡ଼ କମ୍‌ କରିବା ପାଇଁ ନବ‌ଯୌବନ ଦର୍ଶନ ହେବ ନାହିଁ। ତେଣୁ ଭକ୍ତଙ୍କୁ ମହାପ୍ରଭୁଙ୍କ ନବ‌ଯୌବନ ଦର୍ଶନ ମିଳିପାରିବ ନାହିଁ। ସେହିପରି ଭକ୍ତଙ୍କୁ ପହଣ୍ଡି ଟିକେଟ୍‌ ମଧ୍ୟ ମିଳିବ ନାହିଁ। ଏହାସହ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।

ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚଳିତ ରଥଯାତ୍ରାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଉପରେ ମୋହର ଲାଗିଛି। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର ଓ ପରିଚାଳନା କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ।

By Nirvay

Leave a Reply

Your email address will not be published. Required fields are marked *