ଦିଲ୍ଲୀ ବିମାନବନ୍ଦରର ଭୁଶୁଡ଼ିଲା ଛାତ। ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ ଅଚାନକ ଭୁଶୁଡିବାରୁ ୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି । ଛାତ ଭଗ୍ନାଂବଶେଷ ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ ପଡ଼ିଥିଲା। ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଭିତରେ ଚାପି ହୋଇଯାଇଥିଲା।ସେହି ସମୟରେ କାର୍‌ରେ ଲୋକ ମଧ୍ୟ ଥିଲେ।ଭୋର ୫ଟା ୩୦ ମିନିଟରେ ଏହି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଗାଡି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦିଲ୍ଲୀ ଅଗ୍ନିଶମ ସେବା ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ଭର୍ତ୍ତି କରାଯାଇଛି।

 

ତେବେ ଛାତ ଭୁଶୁଡିବାର ପ୍ରକୃତ କାରଣ ଜଣାପଡିନାହିଁ । ଗୁରୁବାର ରାତି ତମାମ ଦିଲ୍ଲୀ ଏନସିଆରରେ ଭୀଷଣ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି ।

ଅନ୍ୟପଟେ ଅଘଟଣ ପରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଟ୍ୱିଟ୍ କରି କହିଛନ୍ତି, ମୁଁ ନିଜେ ଏହି ଘଟଣାର ମନିଟରିଂ କରୁଛି। ଭଶୁଡିବା ସାଇଟରେ କାମ ଚାଲିଛି। ଏଥିସହ ଯେଉଁ ବିମାନଯାତ୍ରୀମାନେ ଟର୍ମିନାଲ ୱାନରେ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ସେମାନଙ୍କୁ

ସହଯୋଗ କରାଯାଇଛି। ଏଥିସହ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *