କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା । ଏହି ସାକ୍ଷାତ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିଥିବା ଜଣାପଡିଛି ।

ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ମୋହନ ମାଝୀ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସହ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଆଜି ସନ୍ଧ୍ୟାରେ ଅମିତ ଶାହାଙ୍କୁ ସାକ୍ଷାତ କରିବା ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।

Leave a Reply

Your email address will not be published. Required fields are marked *