ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ ୮ ତାରିଖ ୨ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ର୍ରୀ ଶ୍ରୀ ମାଝୀ।

ଅନ୍ୟପଟେ, ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା କିଭଳି ସଂପନ୍ନ ହେବ ସେ ନେଇ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏପରିକି ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *