ପୁଣି ଫେରିଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଆସନ୍ତା ୭ରେ ସେ ଶପଥ ଗ୍ରହଣ କରିବେ। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ହେମନ୍ତଙ୍କ ସହ ତାଙ୍କ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ଶପଥ ନେବେ।

ବୁଧବାର ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟପାଳ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ଏବଂ ତାଙ୍କୁ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ କହିଛନ୍ତି। ଜୁଲାଇ ୭ରେ ଶପଥ ନେବା ପରେ ହେମନ୍ତ ଝାଡ଼ଖଣ୍ଡର ୧୩ତମ ମୁଖ୍ୟମନ୍ତ୍ରୀ ହେବେ ।

Leave a Reply

Your email address will not be published. Required fields are marked *