ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ ସୂଚୀ ଚୂଡ଼ାନ୍ତ ହୋଇଛି। ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏକାଧିକ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି।

ଜୁଲାଇ ୬ ତାରିଖରେ ଭୁବନେଶ୍ୱରସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ଜୁଲାଇ ୭ରେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦେଖିବେ।
୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଏବଂ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ଯାଇ ଛାତ୍ରଛାତ୍ରୀଙ୍କ ସହ କଥା ହେବେ। ସେଦିନ ଅପରାହ୍ନରେ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କ ଦିବ୍ୟ ରିଟ୍ରିଟ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ। ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *