ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ପହଞ୍ଚିବା ପରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ । ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ। ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ। ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ । Post navigation ଜୁଲାଇ ୨୩ରେ ଉପସ୍ଥାପନା କରାଯିବ କେନ୍ଦ୍ର ବଜେଟ୍ ୨୪ ବର୍ଷର ବିଜେଡି ସରକାର ଓ ୨୪ ଦିନର ବିଜେପି ସରକାରକୁ ଓଡ଼ିଶାବାସୀ ଭଲଭାବେ ପରଖୁଛନ୍ତି: ତେଜେଶ୍ୱର ପରିଡା