ନିଟ୍ ୟୁଜି ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ ସୋମବାର ସୁପ୍ରିମ୍‌ କୋର୍ଟରେ ଶୁଣାଣି ହୋଇଛି । ତଦନ୍ତର ଅଗ୍ରଗତି ନେଇ ସିବିଆଇକୁ ଷ୍ଟାଟସ୍ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏହା ଛଡା ଜୁଲାଇ ୧୦ ତାରିଖ ସୁଦ୍ଧା ଏନଟିଏ, ସିବିଆଇ ଓ କେନ୍ଦ୍ର ସରକାରଙ୍କୁ ସତ୍ୟପାଠ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବା ସୂଚନା ।

ଶୁଣାଣି ବେଳେ କୋର୍ଟ କହିଛନ୍ତି, ଗୋଟିଏ କଥା ସ୍ପଷ୍ଟ ହୋଇଛି ଯେ ପ୍ରଶ୍ନପତ୍ର ଲିକ୍‌ ହୋଇଛି । ପ୍ରଶ୍ନ ଏହା ଯେ ଏହାର ଚେର କେତେ ପର୍ଯ୍ୟନ୍ତ ଲମ଼୍ବିଛି । ପେପର ଲିକ୍‌ ହେବା ଏକ ସ଼୍ବୀକାର୍ଯ୍ୟ ତଥ୍ୟ । ଲିକ୍‌ର ପ୍ରକୃତ କାରଣ କଣ ସେ ନେଇ ତଦନ୍ତ ଚାଲିଛି । ଆପଣ କେବଳ ଏଥିପାଇଁ ପରୀକ୍ଷାକୁ ରଦ୍ଦ କରିପାରିବେ ନାହିଁ, କାରଣ ପେପର ଲିକ୍‌ରେ ମାତ୍ର ଦୁଇଜଣ ଛାତ୍ର ଜଡ଼ିତ ଥିଲେ । ତେଣୁ ଆମକୁ ଲିକ୍‌ର ପ୍ରକୃତ କାରଣକୁ ନେଇ ସାବଧାନ ରହିବା ଉଚିତ୍‌ । ପୁନର୍ବାର ପରୀକ୍ଷା ପାଇଁ ଆଦେଶ ଦେବା ପୂର୍ବରୁ ଲିକ୍‌ କେଉଁ ପର୍ଯ୍ୟନ୍ତ ଲମ଼୍ବିଛି ତାହା ଆମକୁ ଆଗେ ଜାଣିବାକୁ ପଡ଼ିବ । କାରଣ ଆମେ ୨୩ ଲକ୍ଷ ଛାତ୍ରୀଛାତ୍ରଙ୍କ ମାମଲାକୁ ଶୁଣୁଛୁ । ଏବଂ ପେପର ଲିକରୁ କେଉଁ ପରୀକ୍ଷାର୍ଥୀ ଫାଇଦା ନେଇଛନ୍ତି ଏନଟିଏକୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ସହର ଓ ପରୀକ୍ଷା କେନ୍ଦ୍ରରେ ପେପର ଲିକ୍ ହୋଇଛି ତାହାର ସଠିକ୍ ତଥ୍ୟ ସଂଗ୍ରହ ପାଇଁ କହିଛନ୍ତି। ଜୁଲାଇ ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Leave a Reply

Your email address will not be published. Required fields are marked *