ଦୀର୍ଘ ୪୬ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଏସ୍‌ଓପି ପ୍ରଦାନ କରାଯାଇଛି। ଆଜି ଅପରାହ୍ନ ୧ଟାରୁ ୧.୩୦ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବାକୁ ସ୍ଥିର ହୋଇଛି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଶେଷଥର ପାଇଁ ୧୯୭୮ରେ ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ଅଡିଟ କରାଯାଇ ଇନ୍‌ଭେଣ୍ଟୋରି ପ୍ରସ୍ତୁତ କରାଯାଇଥିଲା।

ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା। ରତ୍ନଭଣ୍ଡାର ଖୋଲିବା ବେଳେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ।

ରତ୍ନଭଣ୍ଡାର ଯାଞ୍ଚ କମିଟି ସହିତ ସ୍ବତନ୍ତ୍ର ବିଶେଷଜ୍ଞ ଦଳ ଭିତରକୁ ଯିବେ। ରତ୍ନଭଣ୍ଡାର ଖୋଲାଯିବା ନେଇ ସମସ୍ତ ବ୍ୟବସ୍ଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଦାରଖ କରିବେ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମହାପ୍ରଭୁ ନିଶ୍ଚିତ ଆମକୁ ସହାୟ ହେବେ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି। କଣ ହେବ ସେ ନେଇ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦଇଛି।

Leave a Reply

Your email address will not be published. Required fields are marked *