ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ କରାଯିବ। ଏଥିପାଇଁ ଆଗ୍ରହୀ ଲୋକମାନେ ଉକ୍ତ ସମୟରେ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରିପାରିବେ।

ଏହା ସହ ଇମେଲ ଓ ମେସେଜ୍ ମାଧ୍ୟମରେ ମଧ୍ୟ ଲୋକେ ସେମାନଙ୍କ ଅଭିଯୋଗ କରିପାରିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି। ଜୁଲାଇ ୧ରୁ ପ୍ରଥମେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *