ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର। ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା। ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ ବୋଲି କହିଛନ୍ତି ମନ୍ତ୍ରୀ। ପ୍ରଭାବଶାଳୀ ମାଡ଼ି ବସିଥିବା ଜଙ୍ଗଲ, ଜମି ମଧ୍ୟ ଉଚ୍ଛେଦ ହେବ।

ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା, ଏବେ ବଡ଼ବଡ଼ିଆଙ୍କ ଘର ଭଙ୍ଗା ହେବ। ୪ ଡିସିମିଲ୍ ଜାଗାରେ କୁଡ଼ିଆ କରି ରହୁଥିବା ଗରିବ ଜବରଦଖଲକାରୀ ନୁହେଁ।ଅଧିକ ଜାଗା ଜବରଦଖଲ କରି ଅଟ୍ଟାଳିକା ନିର୍ମାଣ କରିଥିଲେ ଭଙ୍ଗାଯିବ ବୋଲି କହିଛନ୍ତି।

Leave a Reply

Your email address will not be published. Required fields are marked *