ଆଜି ଶ୍ରୀଜୀଉଙ୍କ ସୁନାବେଶ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇଛନ୍ତି। ଏହି ବେଶ ଦେଖିବା ପାଇଁ ଭକ୍ତଙ୍କ ସୁଅ ଛୁଟିଛି। ଯେ ଜଗନ୍ନାଥ ଧ୍ୱନିରେ କମ୍ପୁଛି ଶ୍ରୀକ୍ଷେତ୍ର। ହେଲେ ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନର ସମୟ। ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଯେଉଁ ସମୟ ନିର୍ଘଣ୍ଟ ହୋଇଛି, ସେତିକି ସମୟ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ।

ସୁନାବେଶ ଦର୍ଶନ ରାତି ୧୧ଟାରେ ବନ୍ଦ ହେବ। କାଲି ରତ୍ନଭଣ୍ଡାର ଖୋଲିବାକୁ ଥିବାରୁ ଭଣ୍ଡାର ମେକାପ ସେଥିରେ ବ୍ୟସ୍ତ ରହିବେ। ତେଣୁ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

Leave a Reply

Your email address will not be published. Required fields are marked *