ଶୁକ୍ରବାର ପୁରୀରେ ଦୁଇଦିନିଆ (୧୯ ଓ ୨୦) ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଉଦଘାଟନ କରିବେ। ପରେ ରାଜ୍ୟ ସଭାପତି ମନମୋହନ ସାମଲ ବୈଠକରେ ଅଧ୍ୟକ୍ଷତା କରିବେ। ଶୁକ୍ରବାର ସକାଳେ ପ୍ରଥମେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ। କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂସଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଯୋଗଦେବେ। କାର୍ଯ୍ୟକାରିଣୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗଦେବେ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯିବା ସହ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ। Post navigation ମୁଖ୍ୟମନ୍ତ୍ରୀଙ୍କ ଆଗରେ ଅପ୍ରୀତିକର ସ୍ଥିତି: ଦଳର ଦୁଇଗୋଷ୍ଠୀ ମୁହାଁମୁହିଁ ଲଘୁଚାପ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା