ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ରାଜ୍ୟ ସଂଗଠନ ସା. ସମ୍ପାଦକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ , ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ରାଜ୍ୟ ବିଜେପିର ସମସ୍ତ ପଦାଧିକାରୀ ସାମିଲ ହୋଇଛନ୍ତି ।

ଏହି ବୈଠକ ପରେ ଦୁଇ ଦିନିଆ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହେବ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ କାର୍ଯ୍ୟକାରିଣୀ ବୈଠକ । ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ କାର୍ଯ୍ୟକାରିଣୀ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ ।

Leave a Reply

Your email address will not be published. Required fields are marked *