ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା ଅନିବାର୍ଯ୍ୟ। ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ନିର୍ଦ୍ଦେଶ ଦେଇଛନ୍ତି ।

ସ୍କୁଲ ବସ୍ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯିବା ସମସ୍ତ ଜୋନ୍ ଉପ ପରିବହନ ଆୟୁକ୍ତ ଏବଂ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଭାବେ ଏହାର ଯାଞ୍ଚ କରିବେ । କୌଣସି ସ୍କୁଲ ବସ୍ ଏହାର ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିସନର ସବୁ ଆରଟିଓଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ଏଭଳି ପଦକ୍ଷେପ ନିଆଯାଇଛି ।

By Nirvay

Leave a Reply

Your email address will not be published. Required fields are marked *