ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଚଳିତ ବଜେଟରେ ଓଡ଼ିଶା ପର୍ଯ୍ୟଟନସ୍ଥଳୀର ଗୁରୁତ୍ୱ ଦିଆଯାଇଛି । ରଜ୍ୟର ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କରାଯାଇଛି । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମିଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ । ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରାଯିବ । ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଓଡ଼ିଶାକୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

Leave a Reply

Your email address will not be published. Required fields are marked *