ଦେଶର ଟିକସଦାତାଙ୍କୁ ବଡ଼ ଅଶ୍ଵସ୍ତି ମିଳିଛି । ଆୟକର ସ୍ଲାବରେ ପରିବର୍ତ୍ତନ କରି ବଡ଼ ଘୋଷଣା କରିଛନ୍ତି। ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ । ଅର୍ଥମନ୍ତ୍ରୀ କହିଛନ୍ତି ଯେ, ନୂତନ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ରିହାତି ୫୦ ହଜାରରୁ ୭୦ ହଜାର ଟଙ୍କାକୁ ବୃଦ୍ଧି କରାଯିବ। ଏହା ସହିତ ଟିକସ ଷ୍ଟ୍ରକ୍ଚରରେ ପରିବର୍ତ୍ତନ କରାଯିବ।

ନୂଆ ବ୍ୟବସ୍ଥା ଅନୁସାରେ ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ। ୩ରୁ ୭ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୫% ରହିବ। ୭ରୁ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୦%, ୧୦ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୫% । ସେହିପରି ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦% ଓ ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦% ଧାର୍ଯ୍ୟ କରାଯାଇଛି।

Leave a Reply

Your email address will not be published. Required fields are marked *