ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାରି ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ଆକସ୍ମିକ ବନ୍ୟା ସ୍ଥିତି ମଧ୍ୟ ସୃଷ୍ଟି ହୋଇପାରେ ବୋଲି ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାକୁ ସଜାଗ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ଲଘୁଚାପ ନେଇ ୧୩ ଜିଲ୍ଲାକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ଏହାସହ ପ୍ରବଳ ବର୍ଷା ନେଇ ରାଜ୍ୟରେ ଅନେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଶୁକ୍ରବାର ପାଇଁ ୨୨ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ନିଂ ଜାରି କରାଯାଇଛି। ୟେଲୋ ୱାର୍ନିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲା ରହିଛି।

Leave a Reply

Your email address will not be published. Required fields are marked *