ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବ ବେଳେ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାସହ ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଯାହା ଫଳରେ ଆଜିଠାରୁ ରାଜ୍ୟରେ ବଢିବ ବର୍ଷା। ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ରାଜ୍ୟର ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ରାଜ୍ୟ ଗୁଡ଼ିକ ହେଲା ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର। ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ କିନ୍ତୁ ଆସନ୍ତାକାଲି ପାଇଁ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *