କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନରେ ନିଖୋଜ ଦୁଇ ଓଡ଼ିଆ ଡାକ୍ତରଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କର ମୃତ୍ୟୁ ଖବର ପାଇଁ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ତାଙ୍କ ଅଫିସିଆଲ୍ ସୋସିଆଲ ମିଡ଼ିଆ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶକୁ ନେଇ ଟୁଇଟ୍ କରାଯାଇଛି । ସେଥିରେ ଲେଖାଯାଇଛି

କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସ୍ବର୍ଗତ ଚିନାରାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ମୃତକ ଓ ନିଖୋଜଙ୍କ ପରିବାରବର୍ଗଙ୍କୁ ସେଠାରେ ସହାୟତା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଜଣେ ବରିଷ୍ଠ ପ୍ରଶାସନିକ ଅଧୂକାରୀ ଓ ଜଣେ ଡାକ୍ତରଙ୍କୁ କେରଳ ପଠାଯାଇଛି। ସେମାନେ କେରଳ ସରକାରଙ୍କ ସହ ସମନ୍ବୟ ରକ୍ଷା କରି ଉଦ୍ଧାର ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ତ୍ବରାନ୍ବିତ କରିବେ। ଏଥିସହିତ କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏସ୍‌ଆର୍‌ସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ ଭୟଙ୍କର ଭୂସ୍ଖଳନରେ ପ୍ରାଣ ହରାଇଥିବା ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ପାଇ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି କେରଳରେ ଘଟିଥିବା ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ପ୍ରାଣହାନୀ ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Leave a Reply

Your email address will not be published. Required fields are marked *