ସମଗ୍ର ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ପରିସ୍ଥିତି ଜଟିଳ ହୋଇପଡିଛି। ଏହା ମଧ୍ୟରେ ହିମାଚଳ ପ୍ରଦେଶର ରାଜଧାନୀ ଶିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ନିଖୋଜ ହୋଇଯାଇଛନ୍ତି।

ସୂଚଦା ଅନୁଯାୟୀ, ଶିମଲା ରାମପୁର ଅଞ୍ଚଳର ସମେଜ ଖଡ୍ଡ ଅଞ୍ଚଳରେ ଆଜି ବାଦଲ ଫାଟିଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଜଣଙ୍କ ଜୀବନ ଯାଇଛି। ସେହିପରି ମଣ୍ଡିର ପଧର ଉପମଣ୍ଡଳର ଥଲଟୁଖୋଡ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷ ଲାଗିରହିଛି। ପାଣିରେ ଭାସି ଯାଇ ଶିମଲାରେ ୧୯ ଜଣ ଓ ମଣ୍ଡିରେ ୯ ଜଣ ନିଖୋଜ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ହିମାଚଳ ପ୍ରଦେଶର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କ ସହ କଥା ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏବଂ ବିଜେପି ରାଜ୍ୟ ସଭାପତିଙ୍କ ସହ କଥା ହେବା ପରେ କେନ୍ଦ୍ର ମନ୍ତ୍ରୀ ନଡ୍ଡା ସମସ୍ତ ବିଜେପି କର୍ମୀଙ୍କୁ ରିଲିଫ କାର୍ଯ୍ୟରେ ନିୟୋଜିତ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *