ଘୂର୍ଣ୍ଣିବଳୟ ଓ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆକଳନ ଜାରି କରାଯାଇଛି।

ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ରାସ୍ତା, ସେତୁଗୁଡିକର ଜଳମଗ୍ନତା ଏବଂ ନିମ୍ନମାନର ଅଞ୍ଚଳଗୁଡିକ ଜଳମଗ୍ନ ହେବାର ସମ୍ଭାବନା ରହିଛି। ଜଳ ନିଷ୍କାସନ, ଡ୍ରେନେଜ ସଫା ଏବଂ ଆବଶ୍ୟକ ସ୍ଥଳେ ପମ୍ପ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିର ତୁରନ୍ତ ସମାଧାନ ପାଇଁ ସ୍ୱତନ୍ତ୍ର ରିଲିଫ କମିସନର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ।

Leave a Reply

Your email address will not be published. Required fields are marked *