ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଅଭିଭାଷଣ ଦେଇଛନ୍ତି । ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି। ସେ କହିଛନ୍ତି ଦେଶ ବିଦେଶରେ ଆମେ ସ୍ବତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଛୁ। ବଳୀଦାନ ଦେଇଥିବା ମହାପୁରୁଷଙ୍କୁ ପ୍ରଣାମ କରିବା।

ଆଜିର ଦିନରେ ଦେଶ ବିଭାଜନ ହୋଇଥିଲା, ଆଜି ବି କ୍ଷତ ମନରୁ ଲିଭିନି। ନିକଟରେ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ଶେଷ ହୋଇଛି। ଏଥିପାଇଁ ମତଦାତା, ସୁରକ୍ଷାକର୍ମୀ, ନିର୍ବାଚନ କମିଶନ ପ୍ରଶଂସାର ପାତ୍ର। ଗରିବୀ ହଟାଇବା ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ଅନ୍ନ କଲ୍ୟାଣ ଯୋଜନାରେ ମାଗଣା ରାସନ ଦିଆଯାଉଛି। ଜି-୨୦ର ସଫଳ ଆୟୋଜନ କରି ବିଶ୍ବରେ ପରାକାଷ୍ଠା ଦେଖାଇଛି ଭାରତ। ବିବିଧତା ଭିତରେ ଏକତା ରଖି ଆମେ ନିରନ୍ତର ଭାବେ ଆଗକୁ ବଢ଼ୁଛୁ। ସାମାଜିକ ନ୍ୟାୟ ସରକାରଙ୍କର ପ୍ରାଥମିକତା ବୋଲି ରାଷ୍ଟ୍ରପତି କହିଛନ୍ତି।

ମହିଳାଙ୍କୁ କେବଳ ସମାନତା ନୁହେଁ, ଆଗକୁ ବଢିବାକୁ ପ୍ରାଥମିକତା ମିଳୁଛି। ଏଥିପାଇଁ ବଜେଟ୍‌ରେ ସ୍ବତନ୍ତ୍ର ବ୍ୟୟବରାଦ କରାଯାଇଛି । ନାରୀ ସଶକ୍ତୀକରଣ ପାଇଁ ନାରୀଶକ୍ତି ବନ୍ଦନ ଲାଗୁ କରିଛୁ। ଯୁବ ପ୍ରତିଭାଙ୍କୁ ରୋଜଗାର ଯୋଗାଇବାକୁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଡିଜିଟାଲ ଟେକ୍ନୋଲୋଜିକୁ ଆଜି ଅନ୍ୟ ଦେଶ ଟାମ୍ପଲେଟ ମାନିଲେଣି।

Leave a Reply

Your email address will not be published. Required fields are marked *