ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗିରହିଥିବା ସୃଷ୍ଟି ହେବାକୁ ଥିଲା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ବଢିବ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲାରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୨ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *