ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଲେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂଷ୍ଣିବଳୟ ସୃଷ୍ଟି ହୋଇପାରୋ ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ପରଠାରୁ ବର୍ଷାର ପ୍ରଭାବ କମିବ ।
୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି।